ପୁରୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଛନ୍ତି ମୋଦୀ । ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ତାଳବଣିଆ ହେଲିପ୍ୟାଡରୁ ସିଧାସଳଖ ବର୍ତ୍ତମାନ ଶ୍ରୀମନ୍ଦିର ଯାଇଛନ୍ତି ମୋଦି । ମୋଦିଙ୍କ ପାଇଁ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି । ଏହାସହ ମନ୍ଦିର ପରିସର ଓ ଚତୁଃପାଶ୍ୱର୍ରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶ୍ରୀଜୀଉଙ୍କୁ ଦର୍ଶନ କରିବା ପରେ ପୁରୀ ସହରରେ ରୋଡ ଶୋ’ କରିବେ ମୋଦୀ । ଏଥିପାଇଁ ମଧ୍ୟ ପୁରା ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏହାସହ ମୋଦୀଙ୍କ ରୋଡ ଶୋ’ ପାଇଁ ପୁରା ସହରବାସୀଙ୍କ ମଧ୍ୟରେ ଭିନ୍ନ ପ୍ରକାରର ଉତ୍ସାହ ଦେଖିବାକୁ ମିଳିଛି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ ବିଶାଳ ରୋଡ ସୋ’ କରିବେ । ସକାଳ ୮ଟାରେ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ କାର୍ଯ୍ୟକ୍ରମ ରହିଛି ।